www.samajalive.in
Monday, December 15, 2025
24.1 C
Bhubaneswar

୧୩ରୁ ଉତ୍ତର ଓଡ଼ିଶାରେ ବଡ଼ ବର୍ଷା: ସୁନ୍ଦରଗଡ଼, ଝାରସୁଗୁଡ଼ାକୁ ସତର୍କ ସୂଚନା

ଭୁବନେଶ୍ବର : ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହିତ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁଜନିତ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଫଳସ୍ବରୂପ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଶୁକ୍ରବାର ଭୁବନେଶ୍ବର, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦୁଝର ଏବଂ ଢେଙ୍କାନାଳ ସହ ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ସନ୍ଧ୍ୟାରେ ଭୁବନେଶ୍ବରରେ ଅଧ ଘଣ୍ଟା ଧରି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିବାରୁ ଇସ୍କନ ମନ୍ଦିର ସମ୍ମୁଖ ସହିତ ସହରର ଅନେକ ସ୍ଥାନରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୧୩ ତାରିଖ ବେଳକୁ ଆସୁଛି ଏକ ବଡ଼ ବର୍ଷା। ୧୩ରୁ ତିନିଦିନ ଧରି ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦୁଇଟି ଜିଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସତର୍କ ରହିବାକୁ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ ସମ୍ପୃକ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଗତ ୨୪ଘଣ୍ଟା ମଧ୍ୟରେ ପୁରୀ, ନୟାଗଡ଼, ଝାରସୁଗୁଡ଼ା, ଅନୁଗୋଳ, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, କୋରାପୁଟ ଏବଂ କଳାହାଣ୍ଡି ଜିଲାରେ ତୁହାକୁ ତୁହା ବର୍ଷା ହୋଇଛି। ପୁରୀ ଜିଲା ଅସ୍ତରଙ୍ଗରେ ୮୪ମି.ମି, ନୟାଗଡ଼ ଜିଲା ଖଣ୍ଡପଡ଼ାରେ ୭୯.୨ମି.ମି ବର୍ଷା ରେକର୍ଡ ହୋଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories