www.samajalive.in
Saturday, December 6, 2025
17.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ: ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦକ୍ଷିଣ-ପୂର୍ବ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜନିତ ନିମ୍ନଚାପରେଖା ସକ୍ରିୟ ରହିଛି। ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ଏହାର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ସହ ଦକ୍ଷିଣ ଉତ୍ତର ପ୍ରଦେଶ, ଦକ୍ଷିଣ ବିହାର ଏବଂ ଗା‌େ‌ଙ୍ଗୟ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପଟେ ଦକ୍ଷିଣ ବାଂଲାଦେଶରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି। ହେଲେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ କି ନାହିଁ ସେ ବିଷୟରେ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ସୁନ୍ଦରଗଡ, ମୟୂରଭଞ୍ଜ, ଅନୁଗୋଳ ଏବଂ କେନ୍ଦୁଝରରେ ହାଲୁକା ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ବାଲେଶ୍ବରରେ ୬୦ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଅନୁଗୋଳ ୨୫, ରାଉରକେଲା ୨୩.୨, ଖୋର୍ଦ୍ଧା ୧୭ ଏବଂ ଭୁବନେଶ୍ବରରେ ୧୦.୮ ମି.ମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, ଝାରସୁଗୁଡା, ସମ୍ବଲପୁର ଏବଂ କେନ୍ଦ୍ରାପଡାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories