www.samajalive.in
Saturday, December 6, 2025
17.1 C
Bhubaneswar

ଆଜି ଅତି ପ୍ରବଳ ବର୍ଷିବ, ୨୬ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ ଆଡକୁ ଗତି କରି ଝାଡଖଣ୍ଡ ମୁହାଁଇବ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପଟେ ମୟୁରଭଞ୍ଜ, ବାଲେଶ୍ଵର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ , କନ୍ଧମାଳ, ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ଆଶଙ୍କା ରହିଛି। ସହରାଞ୍ଚଳ ନାଳ ଗୁଡିକରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ ବୋଲି ପାଣିପାଗ ବିଭାଗ ପରାମର୍ଶ ଦେଇଛି। ତେଣୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories