www.samajalive.in
Saturday, December 13, 2025
15.1 C
Bhubaneswar

ଆନ୍ଧ୍ର ଉପକୂଳରେ ଲଘୁଚାପ; ଦକ୍ଷିଣ ଓଡ଼ିଶାରେ ସୀମିତ ରହିବ ବର୍ଷା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହିତ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷାର ସମ୍ଭାବନା ଥିବା କୁହାଯାଉଥିଲେ ହେଁ ପାଣିପାଗ ବିଭାଗର ତଥ୍ୟକୁ ଅନୁଧ୍ୟାନ କଳେ ବର୍ଷା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ସୀମିତ ରହିବ ବୋଲି ଅନୁମାନ କରାଯାଉଛି।

ପାଣିପାଗ ବିଭାଗର ବୁଲେଟିନରେ ଦିଆଯାଇଥିବା ସୂଚନା ଅନୁସାରେ ମୌସୁମି ଟ୍ରଫ ଲାଇନ ଏବେ ଲଘୁଚାପ ସୃଷ୍ଟି ହୋଇଥିବା କ୍ଷେତ୍ର ଦେଇ ଗତି କରୁଛି। ଏହାର ପ୍ରଭାବରେ ଗତ ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଏବଂ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା ଓ ନବରଙ୍ଗପୁରର ଅଧିକାଂଶ ସ୍ଥାନରେ ବର୍ଷା ହେବା ସହିତ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ ସମେତ ରାଜ୍ୟର ଅନ୍ୟ କିଛି ଅଞ୍ଚଳରେ ବି ବର୍ଷା ହୋଇପାରେ। ଏହି ସମୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ନବରଙ୍ଗପୁରର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଆସନ୍ତା ୧୫ତାରିଖ ସକାଳ ସୁଦ୍ଧା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହେବ। ବିଶେଷ କରି ମାଲକାନଗିରି, କୋରାପୁଟ, ଗଜପତି ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ପରବର୍ତ୍ତୀ ତିନିଦିନ ପାଇଁ ବର୍ଷା ସଂକ୍ରାନ୍ତରେ କୌଣସି ସତର୍କ ସୂଚନା ନାହିଁ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories