www.samajalive.in
Monday, December 15, 2025
26.1 C
Bhubaneswar

ଆଜି ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର :  ଆସନ୍ତା ୨୯ ତାରିଖରେ ପୂର୍ବକେନ୍ଦ୍ରୀୟ ତଥା ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆଜିଠୁ  ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲା। ସେହିପରି ୩୦ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି ଓ କୋରାପୁଟ ଜିଲାକୁ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।୨୮ରୁ ୨୯ ତାରିଖ ଯାଏଁ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ୭ରୁ ୧୧ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବଙ୍ଗୋପସାଗର ବିଶେଷକରି ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ୩୫ ରୁ ୪୫ କିମି ବେଗରେ ପବନ ବହିବ। ସ୍ଥଳବିଶେଷରେ ପବନର ବେଗ ୫୫ କିମି ଯାଏଁ ପହଞ୍ଚି ପାରେ। ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୩୦ ଓ ୩୧ ତାରିଖରେ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସେପଟେ ଗତ ୨୪ ଘଣ୍ଟାରେ କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହୋଇଥିଲା। ଭୁବନେଶ୍ବର ସମେତ କେତେକ ସ୍ଥାନରେ ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ଜଗତସିଂହପୁରରେ ସର୍ବାଧିକ ୧୦୬.୪ ମି.ମି., କଟକରେ ୮୮.୮ ମି.ମି., ଭୁବନରେ ୮୬ ମି.ମି., କଣ୍ଟାପଡ଼ାରେ ୮୫ ମି.ମି., ଆଠଗଡ଼ରେ ୬୮ ମି.ମି., ମୁଣ୍ଡଳିରେ ୬୭.୪ ମି.ମି., ବାଙ୍କୀରେ ୬୫ ମି.ମି. ବର୍ଷା ହୋଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories