www.samajalive.in
Saturday, December 6, 2025
23.1 C
Bhubaneswar

୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ଦୁଇ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ତେବେ ସେସବୁ ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା। ସେହିପରି ଏହି ଦୁଇଦିନ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ ଏବଂ ଜଗତସିଂହପୁର ଜିଲାରେ ୭ରୁ ୧୧ ସେମି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପ୍ଟେମ୍ବର ପହିଲାରୁ ବର୍ଷା ପ୍ରଭାବ ରାଜ୍ୟରେ କମିବ। ଏହି ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। କଚ୍ଚା ସଡ଼କ, କଚ୍ଚାଘର ଏବଂ ମାଟିକାନ୍ଥ ଧୋଇ ହୋଇଯିବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ଯୋଗୁଁ ଆଗକୁ ଦୃଶ୍ୟମାନ କମ ରହିବ। ସହରାଞ୍ଚଳଗୁଡିକରେ ନାଳରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ। ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ପୃକ୍ତ ଜିଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ତାଳଚେରରେ ୬୫ ମି.ମି, ଭୁବନେଶ୍ବରରେ ୪୮ ମି.ମି., ଅନୁଗୋଳରେ ୨୯ ମି.ମି., କଟକରେ ୨୮ ମି.ମି. ଯାଜପୁରରେ ୩୪ ମି.ମି, ବଲାଙ୍ଗୀରରେ ୨୫.୮ ମି.ମି. ବର୍ଷା ହୋଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories