www.samajalive.in
Saturday, December 6, 2025
26.1 C
Bhubaneswar

ଅବପାତର ରୂପ ନେବ ଲଘୁଚାପ: ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଆସୁଛି ବଡ ବର୍ଷା। ଆଜିଠୁ ୩ ଦିନ ଭିଜିବ ସାରା ଓଡିଶା। ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି ଓ ଗଜପତି ଜିଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡା, ଗଞ୍ଜାମ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବର୍ତ୍ତମାନ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହୋଇ ପହିଲା ଯାଏଁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ। ଏହି ସମୟରେ ବିଭିନ୍ନ ନଦୀ ନାଳରେ ଜଳସ୍ତର ବୃଦ୍ଧି ସହିତ ହଠାତ୍ ବନ୍ୟା କିମ୍ବା ଭୂସ୍ଖଳନ ହେବାର ଆଶଙ୍କା ରହିଥିବାରୁ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। ସେହିପରି ଚାଷବାସ କ୍ଷତି ହେବାର ଆଶଙ୍କା ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories