www.samajalive.in
Friday, December 5, 2025
20.1 C
Bhubaneswar

ଅବପାତ ପ୍ରଭାବ: ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ଵର: ଅବପାତ ପ୍ରଭାବରେ ଆଜି ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଲାଙ୍ଗୀର, ନୂଆପଡା, ବରଗଡ , ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ସତର୍କତା ଜାରି କରାଯାଇଛି। ଅବପାତ ଏହି ସବୁ ଜିଲ୍ଲା ଦେଇ ଗତି କରୁଥିବାରୁ ପାଣିପାଗ ବିଭାଗରୁ ଆସନ୍ତା ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି। ସେହିପରି ବୌଦ୍ଧ , ସୋନପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି , ଦେବଗଡ, ନବରଙ୍ଗପୁର , ନୟାଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେପଟେ ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବାର ସମ୍ଭାବନା ରହିଛି। ଭୁବନେଶ୍ୱରରେ ଜଳ ନିଷ୍କାସନ ପାଇଁ ୩୦ଟି, କଟକ ଓ ପୁରୀରେ ୧୦ଟି ଲେଖାଏଁ ପମ୍ପ ଲଗାଇବାକୁ ଏସଆରସି ନିର୍ଦେଶ ଦେଇଛନ୍ତି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସମସ୍ତ ମହାନଗର ନିଗମର ଆୟୁକ୍ତଙ୍କ ସମେତ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି। ଖାଲୁଆ ତଥା ତଳିଆ ସ୍ଥାନଗୁଡିକ ପାଇଁ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ନିର୍ବାହୀ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ନୋଡାଲ ଅଧିକାରୀମାନଙ୍କୁ ସଂପୃକ୍ତ ଜିଲାର ପୌରାଞ୍ଚଳଗୁଡିକର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ସହ ତଦାରଖ କରିବାକୁ ନିର୍ଦେଶ ଦେଇଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories