www.samajalive.in
Monday, December 8, 2025
24.1 C
Bhubaneswar

୧୨ରେ ଘୂର୍ଣ୍ଣିବଳୟ, ୧୫ ଯାଏଁ ବର୍ଷା

ଭୁବନେଶ୍ବର:  ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ଆଜି (ଗୁରୁବାର) ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ତ୍ତମାନ ମ୍ୟାଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଏହା ବାଂଲାଦେଶ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ମୁହାଁଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ପରବର୍ତ୍ତୀ ୩ ଦିନ କାଁ ଭାଁ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୪୨.୪ ମି.ମି. ଏବଂ ଦେବଗଡ଼ରେ ୨୨ ମି.ମି. ବର୍ଷା ହୋଇଛି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories