www.samajalive.in
Monday, December 15, 2025
24.1 C
Bhubaneswar

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ: ଆଜି ଖୋଲିବ କୋଲାବ ଜଳଭଣ୍ଡାର ଗେଟ୍

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ଵର, ଭଦ୍ରକ , ସୁନ୍ଦରଗଡ, ଦେବଗଡ ଏବଂ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ୧୩ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସ୍ଥିତିକୁ ଦେଖି ମୟୁରଭଞ୍ଜ ଜିଲ୍ଲାରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଘରୋଇ ଏବଂ ସରକାରୀ ସ୍କୁଲ ସହ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ପ୍ରଶାସନ ଘୋଷଣା କରିଛି। ସେପଟେ କୋରାପୁଟ କୋଲାବ ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଆଜି ଜଳ ଭଣ୍ଡାରର ଗୋଟିଏ ଗେଟ୍ ଖୋଲାଯିବ। ଏ ନେଇ ଅପର କୋଲାବ ଜଳଭଣ୍ଡାର ଅଧିକ୍ଷଣ ଯନ୍ତ୍ରୀ ସୂଚନା ଦେଇଛନ୍ତି। ଗେଟ୍ ଖୋଲାଯିବାକୁ ଥିବାରୁ ଡ୍ୟାମ୍ ନିମ୍ନ ଭାଗରେ ଥିବା ଲୋକଙ୍କୁ ସତର୍କ କରାଯାଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories