ଭୁବନେଶ୍ଵର: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ। ଆଜି ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହିପରି ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷାକୁ ଦୃଷ୍ଟି ରଖି ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପକ୍ଷରୁ ସତର୍କ କରାଯାଇଛି। ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ନଦୀରେ ଜଳ ପତ୍ତନ ବୃଦ୍ଧି ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦେଶ ଦିଆଯାଇଛି।
Popular Categories



