www.samajalive.in
Monday, December 8, 2025
14.1 C
Bhubaneswar

ବର୍ଷା ଆଉ ୨୪ଘଣ୍ଟା, ୨୩ରେ ପୁଣି ଏକ ଲଘୁଚାପ

ଭୁବନେଶ୍ବର: ଉତ୍ତର ଓଡ଼ିଶା ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ସଂଲଗ୍ନ ଝାଡ଼ଖଣ୍ଡ ଉପରେ ଥିବାବେଳେ ଏହାର ଦକ୍ଷିଣ ପଶ୍ଚିମ ଦିଗରେ ଆଉ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ମୌସୁମି ସକ୍ରିୟ ରହିଛି। ଲଘୁଚାପ ଆସନ୍ତା ୨୪ଘଣ୍ଟାରେ ପଶ୍ଚିମରେ ଗତି କରି ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାଛଡ଼ା ଆସନ୍ତା ୨୩ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ବିଭିନ୍ନ ଜିଲାକୁ ରେଡ଼, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରିସ୍ଥିତି ଉପରେ ସତର୍କ ନଜର ରଖିବା ସହିତ ବର୍ଷା ପ୍ରଭାବିତ ଅଞ୍ଚଳରେ ସବୁ ପ୍ରକାର ସହାୟତା ​‌େ​‌ଯାଗାଇଦେବାକୁ ସ୍ବତନ୍ତ୍ର ରିଲିଫ କମିଶନର ସବୁ ଜିଲାପାଳଙ୍କୁ ‌ନିର୍ଦେଶ ଦେଇଛନ୍ତି।

ମୌସୁମି ସକ୍ରିୟ ଥିବାରୁ ଏହାର ପ୍ରଭାବରେ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଯାଇଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳ ସମେତ ପୁରୀ ଓ ଦକ୍ଷିଣ ଉପକୂଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

- Advertisement -

ଆସନ୍ତାକାଲି ସକାଳ ସୁଦ୍ଧା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ଼ ଓ ଦେବଗଡ଼ରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାରେ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର ଓ ବାଲେଶ୍ବର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାରେ ୟେଲୋ ୱାର୍ନିଂ ଜାରି ହୋଇଛି। ପରବର୍ତ୍ତୀ ୨୪ଘଣ୍ଟାରେ ବର୍ଷା ନେଇ ବିଶେଷ ସତର୍କ ସୂଚନା ନଥିବାବେଳେ ୨୩ତାରିଖ ସକାଳଠାରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବର୍ଷା ପବନର ଆଶଙ୍କା ଥିବାରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ରେଡ଼, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲାଗୁଡ଼ିକର ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଉପରେ ସତର୍କ ନଜର ରଖିବା ଓ ଏହାର ମୁକାବିଲା ଦିଗରେ ଆବଶ୍ୟକ କାର୍ଯ୍ୟପନ୍ଥା ଗ୍ରହଣ କରିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories