www.samajalive.in
Saturday, December 6, 2025
14.1 C
Bhubaneswar

୪୮ଘଣ୍ଟାରେ ଲଘୁଚାପ, ୨୬ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବ‌େ‌ଙ୍ଗାପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଅଧିକ ଘନୀଭୂତ ହୋଇ ୪୮ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ୨୩ ସୁଦ୍ଧା ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ଲଘୁଚାପ ଦ୍ବାରା ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା, ମୟୂରଭଞ୍ଜ, ଢେଙ୍କାନାଳ ଓ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ୨୩ରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଏହି ସମୟରେ ପଶ୍ଚିମ ରାଜସ୍ଥାନରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ନେଇ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଓଡ଼ିଶାରେ ଅକ୍ଟୋବର ୧୦ ପୂର୍ବରୁ ମୌସୁମୀ ଫେରିବା ସମ୍ଭାବନା କମ୍‌ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories