www.samajalive.in
Saturday, December 6, 2025
16.1 C
Bhubaneswar

ଲଘୁଚାପ ସୃଷ୍ଟି : ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ୭.୬କି.ମି ପର୍ଯ୍ୟନ୍ତ ବ୍ୟାପିଛି। ଆଜି ସକାଳୁ ୩ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ କରିଛି ପାଣିପାଗ ବିଭାଗ।  ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ  ଭଦ୍ରକ, ବାଲେଶ୍ଵର, ଗଞ୍ଜାମ , ଗଜପତି, ଜଗସିଂହପୁର , ପୁରୀ, ମୟୁରଭଞ୍ଜ, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା ଆଦି ଜିଲ୍ଲାକୁ  ସତର୍କତା ଜାରି କରାଯାଇଛି। ସେପଟେ ଲଘୁଚାପ ପ୍ରଭାବରେ ମଙ୍ଗଳବାର ସକାଳୁ ସାରା ରାଜ୍ୟରେ ଝିପିଝିପି ବର୍ଷା ଲାଗି ରହିଛି। କିଛି ଅଞ୍ଚଳରେ ମଧ୍ୟମଧରଣ ବର୍ଷା ହୋଇଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ମୟୂରଭଞ୍ଜ, କେନ୍ଦୁଝର, ବଲାଙ୍ଗିର, ଭଦ୍ରକ, କେନ୍ଦ୍ରାପଡା ଏବଂ ଯାଜପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା ଏବଂ ପୁରୀ ଜିଲାକୁ ବଜ୍ରପାତ ସତର୍କତା ଜାରି କରାଯାଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories