www.samajalive.in
Monday, December 15, 2025
26.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ: ଭିଜିପାରେ ଦଶହରା

ଭୁବନେଶ୍ୱର: ଆସୁଛି ଦଶହରା। ବର୍ଷାରେ ପୂଜା ବଜାର ଭିଜିବା ସମ୍ଭାବନା ରହିଛି। ଆସନ୍ତା ୬ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ମୁହାଁ ହୋଇ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ବର୍ଷା କରାଇବା ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବା ସମ୍ଭାବନା ନାହିଁ। ଅନ୍ୟପଟେ ସେହି ୬ତାରିଖରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପୂର୍ବ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରାକ୍ ଆକଳନ ଅନୁଯାୟୀ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ତାମିଲନାଡୁରେ ବର୍ଷା ହୋଇପାରେ ଓ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। କିନ୍ତୁ ଏହା ବିଶେଷ ଘନୀଭୂତ ହେବା ସମ୍ଭାବନା କମ୍‌ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ୬ତାରିଖ ପରେ ଲଘୁଚାପ ସୃଷ୍ଟି ହେଉଥିବାରୁ ହାଲୁକା ବର୍ଷା ପୂଜା ବଜାରକୁ ଭିଜାଇପାରେ। ରବିବାର ଭୁବନେଶ୍ବର ସହିତ ବାଲେଶ୍ବର, ତାଳଚେର, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ବର୍ଷା ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ; କିନ୍ତୁ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories