www.samajalive.in
Sunday, December 7, 2025
15.1 C
Bhubaneswar

ବିଦାୟ ନେଲା ମୌସୁମୀ : ୨୩ରେ ପୁଣି ଲଘୁଚାପ, ନେଇପାରେ ବାତ୍ୟାର ରୂପ

ଭୁବନେଶ୍ବର : ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇଛି। ଏହାସହିତ ରାଜ୍ୟରୁ ଅକ୍ଟୋବର ୧୩ ରେ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ କରିଥିବାବେଳେ ୧୫ ତାରିଖରେ ସମ୍ପୂର୍ଣ୍ଣ ହୋଇଛି। ଚଳିତ ବର୍ଷ ଜୁନ ୨୦ରେ ରାଜ୍ୟର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହୋଇଥିଲା ଏବଂ ୨୨ତାରିଖ ସୁଦ୍ଧା ସାରା ରାଜ୍ୟକୁ ମୌସୁମୀ ଛୁଇଁଥିଲା। ଦେଶର ଉତ୍ତର ପଶ୍ଚିମ ଭାଗରୁ ସେପ୍ଟେମ୍ବର ୧୭ତାରିଖ ବଦଳରେ ସେପ୍ଟେମ୍ବର ୨୩ରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ଅକ୍ଟୋବର ୧୫ରେ ସମ୍ପୂର୍ଣ୍ଣ ହୋଇଛି ।
ସାଧାରଣତଃ ଭାବେ ଅକ୍ଟୋବର ୧୦ରୁ ରାଜ୍ୟରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥାଏ ୧୫ ତାରିଖ ସୁଦ୍ଧା ସାରା ରାଜ୍ୟରୁ ମୌସୁମୀ ବିଦାୟ ନେଇଥାଏ। ଚଳିତ ବର୍ଷ ସ୍ବାଭାବିକ ସମୟରେ ମୌସୁମୀ ଓଡ଼ିଶା ଛାଡ଼ିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ୨୧ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୨୨ତାରିଖରେ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବା ସହ ୨୩ରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଉତ୍ତର କିମ୍ବା ଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ। ଫଳରେ ରାଜ୍ୟରେ ୨୩ରୁ ୨୫ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ। ଦିନରେ କୋହଲା ପାଗ ଏବଂ ରାତି ତାପମାତ୍ରା ପ୍ରାୟ ଦେଢ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ଆଗକୁ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories