ଭୁବନେଶ୍ଵର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପୂର୍ବରୁ ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପର ରୂପ ନେବ। ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ। ତେବେ ଲଘୁଚାପର ପ୍ରଭାବ କିଭଳି ରହିଛି, ତାହା ଏ ଯାଏଁ ସ୍ପଷ୍ଟ ହୋଇନି। ସେପଟେ ଆଗାମୀ ୫ ଦିନ ରାଜ୍ୟରେ ଶୀତ ବଢିବାର ସମ୍ଭାବନା ଥିବାବେଳେ କୁହୁଡି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାରସୁଗୁଡା, କେନ୍ଦୁଝର, ସୁନ୍ଦରଗଡ , ସମ୍ବଲପୁର, ବରଗଡ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବା ନେଇ ଆଲର୍ଟ କରାଯାଇଛି।
Popular Categories



