www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ୨ ଦିନ ବଢ଼ିବ ଶୀତ: ୮ ଓ ୯ ତାରିଖରେ କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: କିଛି ଦିନର ବିରତି ପରେ ପୁଣି ଶୀତ ଅନୁଭୂତ ହେବାକୁ ଯାଉଛି। ଆଗାମୀ ୨ ଦିନ ରାଜ୍ୟର ବିଭିନ୍ନ ଜିଲାରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ୨ ଦିନ ଶୀତ ବଢ଼ିବ। ଏହାପରେ ପୁଣି ଶୀତ କମିବ। ପରବର୍ତ୍ତୀ ୩ ଦିନ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ରାଜ୍ୟର ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୮ ଓ ୯ ତାରିଖରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଆଦି ଜିଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି ଯେ, ଗତ ୨୪ ଘଣ୍ଟାରେ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୧୩.୩ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories