www.samajalive.in
Wednesday, December 10, 2025
18.1 C
Bhubaneswar

ଲଘୁଚାପ ଓ ପଶ୍ଚିମା ଝଡ଼ ପ୍ରଭାବ : ଆଜିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର : ବଙ୍ଗୋପସାଗରରେ ପୁଣି ଲଘୁଚାପ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ଦୁଇ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି। ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦ୍ରାପଡା, ଜଗତସିଂହପୁର , ପୁରୀ , ଗଞ୍ଜାମ , ଖୋର୍ଦ୍ଧା, ଗଜପତି ଏବଂ ରାୟଗଡା ଜିଲ୍ଲା। ସେହିପରି ବାଲେଶ୍ଵର, ଭଦ୍ରକ , କଟକ, ଯାଜପୁର , ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେପହିପରି ୨୮ ଓ ୨୯ ଦୁଇ ଦିନ ପଶ୍ଚିମାଝଡ଼ ପ୍ରଭାବରେ ପଶ୍ଚିମ ଓଡିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୁଣି ପୂର୍ବାନୁମାନ କରିଛି। ଏହାକୁ ନେଇ ଚାଷୀଙ୍କ ଚିନ୍ତା ଅଧିକ ବଢିଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ କଟକର କଣ୍ଟାପଡ଼ାରେ ସର୍ବାଧିକ ୪୫ ମି.ମି., ଜଗତସିଂହପୁରରେ ୨୭, ଗଞ୍ଜାମର ହିଞ୍ଜିଳିରେ ୨୫ , ପାତ୍ରପୁରରେ ୨୪ ଏବଂ କେନ୍ଦ୍ରାପଡ଼ାର ରାଜକନିକାରେ ୨୩ ମି.ମି. ବର୍ଷା ହୋଇଛି। ପାଗ ମେଘୁଆ ରହୁଛି। ବର୍ଷା ପ୍ରଭାବରେ ଶୀତ କମିଛି। ସେମିଳିଗୁଡ଼ାରେ ୧୦.୬ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ଼ କରାଯାଇଛି। ଆସନ୍ତା ୨ ଦିନରେ ସର୍ବନିମ୍ନ ତାପମାତ୍ରା ୨ ରୁ ୪ ଡିଗ୍ରୀ ଯାଏଁ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories