www.samajalive.in
Tuesday, December 9, 2025
15.1 C
Bhubaneswar

ଆହୁରି ବଢିବ ଶୀତ: ଟ୍ବିନ୍ ସିଟିରେ ୧୧ ଡିଗ୍ରୀ ଛୁଇଁବ ପାରଦ !

ଭୁବନେଶ୍ବର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। କନ୍ଧମାଳ ଦାରିଙ୍ଗବାଡିରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦାରିଙ୍ଗବାଡିରେ ପାରଦ ୧୦ ଡିଗ୍ରୀ ତଳେ ଥିବାରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।  ରାଉରକେଲାରେ ପାରଦ ୧୦.୩, ଭବାନୀପାଟଣା ୧୧, କେନ୍ଦୁଝର ୧୦.୪, ଅନୁଗୋଳ ୧୦.୬, କଟକ ୧୨.୪ ଏବଂ ଭୁବନେଶ୍ବରରେ ୧୨.୩ ଡିଗ୍ରୀ ରେକର୍ଡ ହୋଇଛି। ଟ୍ବିନ୍ ସିଟିରେ ପାରଦ ୧୧ ଡିଗ୍ରୀ ଛୁଇଁବା ଦେଇ ସୂଚନା ମିଳିଛି।  ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ଆଜି  ସକାଳେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାର କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏଥିସହିତ କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ କୋରାପୁଟ ଜିଲାର କେତେକ ଅଞ୍ଚଳରେ ଘନ କୁହୁଡ଼ି ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories