www.samajalive.in
Sunday, December 7, 2025
26.1 C
Bhubaneswar

୧୦ଡିଗ୍ରୀ ତଳେ ୫ ସହର : ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ଵରରେ ରାତି ତାପମାତ୍ରା ୧୩.୨ ଥିବାବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି।  ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଫଳସ୍ବରୂପ ଶୀତ ପ୍ରକୋପ ଲାଗି ରହିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଆଜି ସକାଳେ କଟକ, ଖୋର୍ଦ୍ଧା, ପୁରୀ, ଝାରସୁୁଗୁଡ଼ା ଏବଂ କୋରାପୁଟରେ କୁହୁଡ଼ି ଦୃଶ୍ୟମାନ ହୋଇଛି।  କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ ନୟାଗଡ଼ ଜିଲାକୁ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories