www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ବିନ୍ ସିଟିରେ ଘନ କୁହୁଡି, ଅସ୍ତବ୍ୟସ୍ତ ଲୋକେ

ଭୁବନେଶ୍ବର : ଶୀତ ଟିକିଏ କମିଛି , ହେଲେ କଲବଲ କରୁଛି କୁହୁଡି। ସକାଳୁ ସକାଳୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। କିଛି ଘଣ୍ଟା ପାଇଁ ନା ରାସ୍ତା ଦିଶୁଛି ନା କିଛି ଜାଣି ହେଉଛି। ଗତକାଲି ଭଳି ଆଜି ବି ଭୁବନେଶ୍ଵ, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁଡୁଡିର ଆସ୍ତରଣ ଦେଖିବାକୁ ମିଳିଛି।ରାଜଧାନୀ ଭୁବନେଶ୍ୱରରେ ୩୦ ମିଟର ଦୂରକୁ ରାସ୍ତା ଦେଖାଯାଉନାହିଁ । ଫଳରେ ରାସ୍ତାରେ ଯାତାୟାତରେ ବାଧା ଉପୁଜୁଛି।  ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝରଗଡ଼ ଓ ଅନୁଗୋଳ ଜିଲାକୁ ଘନକୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରବିବାରରୁ ସୋମବାର ସକାଳ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଜିଲାକୁ ଘନକୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ରହିଥିଲା । ୨୮ ଯାଏଁ ଘନକୁହୁଡ଼ି ସମ୍ଭାବନା ରହିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories