www.samajalive.in
Saturday, December 6, 2025
23.1 C
Bhubaneswar

ରାତିରେ ଶୀତ: ଦିନରେ ଟାଣ ଖରା

ଭୁବନେଶ୍ୱର : ରାତିରେ ଶୀତ ଅନୁଭୂତ ହେଉଥିଲେ ମଧ୍ୟ ଦିନରେ ଖରା ପ୍ରକୋପ ବଢ଼ୁଛି। ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା କେତେକ ସ୍ଥାନରେ ୧୦ ଡିଗ୍ରୀ ତଳେ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରାଜ୍ୟରେ ସବୁଠୁ କମ୍ ୯ ଡିଗ୍ରୀ ଥିବାବେଳେ ଫୁଲବାଣୀରେ ୯.୫ ଡିଗ୍ରୀ, ରାଉରକେଲାରେ ୯.୬, ଝାରସୁଗୁଡ଼ାରେ ୧୦.୨, ସେମିଳିଗୁଡ଼ାରେ ୧୦.୬, କିରେଇରେ ୧୧.୬, ଚିପିଲିମାରେ ୧୧.୯, ସୁନ୍ଦରଗଡ଼ରେ ୧୨.୨, କେନ୍ଦୁଝରରେ ୧୩.୧, ହୀରାକୁଦରେ ୧୩.୩, ସୁବର୍ଣ୍ଣପୁରରେ ୧୩.୫ ଏବଂ ସମ୍ବଲପୁରରେ ୧୩.୮ ଡିଗ୍ରୀ ରେକର୍ଡ଼ କରାଯାଇଛି। ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ୧୭.୯ ଏବଂ କଟକରେ ୧୮ ଡିଗ୍ରୀ ରହିଛି। ସେହିପରି ଦିନ ତାପମାତ୍ରା ୪ଟି ସ୍ଥାନରେ ୩୫ ଡିଗ୍ରୀ ଅତିକ୍ରମ କରିଛି। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରୀ, ସୁନ୍ଦରଗଡ଼ରେ ୩୫.୪, ବଲାଙ୍ଗୀର ଏବଂ ପାରଳାଖେମୁଣ୍ଡିରେ ୩୫.୨ ଡିଗ୍ରୀ ଲେଖାଏଁ ରେକର୍ଡ଼ ହୋଇଛି। ଭୁବନେଶ୍ବରରେ ୩୩.୫ ଏବଂ କଟକରେ ୩୧.୬ ଡିଗ୍ରୀ ରହିଛି। ତେବେ ଆସନ୍ତା ୨ ଦିନରେ ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବାରୁ ଶୀତ ପ୍ରକୋପ ହ୍ରାସ ପାଇବା ସମ୍ଭାବନା ରହିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories