www.samajalive.in
Friday, December 5, 2025
27.1 C
Bhubaneswar

ଆଜିଠୁ ଉପରମୁହାଁ ହେବ ପାରଦ: ୬ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ବର : ଦୁଇଦିନର କାଳବୈଶାଖୀ ପରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ମଧ୍ୟରେ କିଛି ଅଞ୍ଚଳକୁ ଛାଡ଼ି ଦେଲେ ଅବଶିଷ୍ଟ ରାଜ୍ୟରେ ପାଗ ଶୁଖିଲା ରହିବ। ଅନ୍ୟପଟେ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯାଇଥିବାରୁ ଆଜିଠାରୁ ପାରଦ ଉପରମୁହାଁ ହେବ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। କେବଳ ଦିନ ତାପମାତ୍ରା ବଢ଼ିବ ତାହା ନୁହେଁ, ବରଂ ଏହି ପରିଧି ମଧ୍ୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଉଭୟ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବା ଦ୍ବାରା ଟାଣ ଖରା ପ୍ରକୋପରେ ଦିନ ଓ ରାତିରେ ଗୁଳୁଗୁଳି ଅନୁଭୂତ ହେବ।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ଦୁଇ ଦିନ ତଳେ ମୟୂରଭଞ୍ଜରେ ହୋଇଥିବା କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହୋଇ ବ୍ୟାପକ ବିପର୍ଯ୍ୟୟ ଘଟିଛି। ଏଠାରେ ୨ରୁ ୩ କିଲୋଗ୍ରାମ ଓଜନର କୁଆପଥର ପଡ଼ିଥିବା ଆଇଆଇଟି ପୁଣେର ଏକ ରିପୋର୍ଟରୁ ଜଣାପଡ଼ିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories