www.samajalive.in
Sunday, December 7, 2025
23.1 C
Bhubaneswar

ଦୁଇଦିନ ପ୍ରବଳ ବର୍ଷିବ !

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଦିନ ତାପମାତ୍ରା ୩୫ରୁ ୩୭ଡିଗ୍ରୀ ମଧ୍ୟରେ ରହୁଥିବାବେଳେ ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଛି। ସପ୍ତାହେ ଧରି ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା, କୁଆପଥର ମାଡ଼ ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହୁଛି। ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଉପକୂଳ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ। ଆଗାମୀ ଦୁଇଦିନ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଉତ୍ତର-ପୂର୍ବ ମଧ୍ୟପ୍ରଦେଶ, ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଛତିଶଗଡ ମଧ୍ୟରେ ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ସେହିପରି ପଶ୍ଚିମ ମଧ୍ୟପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ନିମ୍ନଚାପ ରେଖା ସହ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏଥିସହିତ ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୋମବାର ଭଦ୍ରକ, ଦାରିଙ୍ଗବାଡି ଏବଂ ରାଉରକେଲାରେ ଝଡବର୍ଷା ହୋଇଥିଲା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସୁନ୍ଦରଗଡ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories