www.samajalive.in
Saturday, December 6, 2025
15.1 C
Bhubaneswar

ଆହୁରି ୩ ଦିନ କାଳବୈଶାଖୀ: ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବ ଯୋଗୁଁ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। କିନ୍ତୁ ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରବିବାର ପଶ୍ଚିମାଞ୍ଚଳର ୧୦ଟି ସ୍ଥାନରେ ପାରଦ ୪୦ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ସବୁଠୁ ଅଧିକ ୪୨ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବର, କଟକ, ନୟାଗଡ଼, ଖୋର୍ଦ୍ଧା ସହିତ ଅନ୍ୟାନ୍ୟ ସ୍ଥାନରେ ପାରଦ ପ୍ରାୟ ୨ଡିଗ୍ରୀ ବଢ଼ିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ବୌଦ୍ଧ, ଟିଟିଲାଗଡ଼ ଓ ବଲାଙ୍ଗିରରେ ଦିନ ତାପମାତ୍ରା ୪୧ ଡିଗ୍ରୀ ଥିବାବେଳେ ସମ୍ବଲପୁର ୪୦.୮, ହୀରାକୁଦ ୪୦.୫, ତାଳଚେର ୪୦.୨, ଭବାନୀପାଟଣା ୪୦.୪, ସୁବର୍ଣ୍ଣପୁର ୪୦.୩, ନୂଆପଡ଼ା ୪୦, ବରଗଡ଼ ୩୯, ସୁନ୍ଦରଗଡ଼ ୩୯.୯, ଭୁବନେଶ୍ବର ୩୬.୮ ଏବଂ କଟକରେ ୩୫.୨ ଡିଗ୍ରୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। କିଛି ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories