www.samajalive.in
Friday, December 5, 2025
26.1 C
Bhubaneswar

କାଳବୈଶାଖୀ ବର୍ଷା ସମ୍ଭାବନା: ୧୩ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର : ଭୁବନେଶ୍ବର ସମେତ ଉପକୂଳ ଜିଲାଗୁଡ଼ିକରେ ଏବେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ମଙ୍ଗଳବାର ସକାଳ ସାଢେ ୮ଟାରେ ରାଜଧାନୀର ତାପମାତ୍ରା ୩୩.୬ଡିଗ୍ରୀ ଥିବାବେଳେ ବାୟୁମଣ୍ଡଳରେ ଆର୍ଦ୍ରତା ୬୨.୩ପ୍ରତିଶତ ରହିଥିଲା। ଆଗକୁ ଆହୁରି ଅଧିକ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାର ଆଶଙ୍କା ରହିଛି। ମଙ୍ଗଳବାର ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୧.୬ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଟିଟିଲାଗଡରେ ୪୦.୫, ବଲାଙ୍ଗିର ଓ ହୀରାକୁଦରେ ୪୦.୩, ଅନୁଗୋଳ ୪୦.୧, ଭୁବନେଶ୍ବର ୩୮.୭ ଏବଂ କଟକରେ ୩୬.୨ଡିଗ୍ରୀ ରେକର୍ଡ଼ ହୋଇଛି। ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ସମ୍ବଲପୁର ଏବଂ ବଲାଙ୍ଗିର ଜିଲାର କିଛି ଅଞ୍ଚଳରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାକୁ ଉଷ୍ଣ ଆର୍ଦ୍ରତା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories