www.samajalive.in
Saturday, December 6, 2025
14.1 C
Bhubaneswar

୩୦ରେ ପୁଣି ଲଘୁଚାପ!

ଭୁବନେଶ୍ବର : ଆସନ୍ତା ୨୯ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏଥିପାଇଁ ସତର୍କ ସୂଚନା ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ଗତ ୨୪ଘଣ୍ଟା ମଧ୍ୟରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ବୌଦ୍ଧ, କେନ୍ଦ୍ରାପଡ଼ା, କଟକ ଏବଂ ବାଲେଶ୍ବର ଜିଲାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବାଲିକୁଦାରେ ସବୁଠୁ ଅଧିକ ୧୪୫ମି.ମି.ବର୍ଷା ରେକର୍ଡ଼ ହୋଇଥିବା ବେଳେ କାକଟପୁରରେ ୧୦୯, ବୋଲଗଡ଼ ୧୦୨, ଏବଂ ଭୁବନେଶ୍ବରରେ ୩୦.୯ମି.ମି. ବର୍ଷା ହୋଇଛି। ଶୁକ୍ରବାର ଚାନ୍ଦବାଲି, ପାରାଦ୍ବୀପ, ଗୋପାଳପୁର, ପୁରୀ ଏବଂ ଝାରସୁଗୁଡ଼ା ଆଦି ଅଞ୍ଚଳରେ ବର୍ଷା ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories