www.samajalive.in
Thursday, December 11, 2025
13.1 C
Bhubaneswar

ଉପକୂଳ-ଦକ୍ଷିଣରେ ଘନ କୁହୁଡ଼ି

ଭୁବନେଶ୍ବର: ଆଗକୁ ୨ ଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡି ପଡିବ। ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କଟକ, ଜଗତସିଂହପୁର,ଖୋର୍ଦ୍ଧା, ପୁରୀ ଏବଂ ନୟାଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ପଡିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ, ନୟାଗଡ, ରାୟଗଡା, ବୌଦ୍ଧ, କୋରାପୁଟ ଏବଂ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ଘନ କୁହୁଡି ପଡିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଘନ କୁହୁଡିକୁ ଲକ୍ଷ୍ୟ କରି ବିଭାଗ ଏ ସବୁ ଜିଲାଗୁଡିକୁ ଏଲୋୱାର୍ଣ୍ଣିଂ ଜାରି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କଟକ, ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା ଏବଂ ନୟାଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସକାଳ ପ୍ରହରରୁ ଘନ କୁହୁଡି ପଡିଥିବା ଦେଖିବାକୁ ମିଳିଛି। ଏହା ଯୋଗୁଁ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ.ଆର ବିଶ୍ବାସ କହିଛନ୍ତି, ଆସନ୍ତା ୪ରୁ ୫ ଦିନ ପର୍ୟ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। କିଛି ସ୍ଥାନରେ ୧ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ହ୍ରାସ ପାଇବାକୁ ଥିବାବେଳେ ଆଉ କିଛି ସ୍ଥାନରେ ୧ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ବୃଦ୍ଧି ପାଇପାରେ। ପାଗ ମୁଖ୍ୟତଃ ଶୁଖିଲା ରହିବ। ୧ ଡିଗ୍ରୀ ସେଲସିୟସ୍‌ କମୁଥିବା ସ୍ଥାନରେ ଶୀତ ଅନୁଭୂତ ହେବାକୁ ଥିବାବେଳେ ୧ ଡିଗ୍ରୀ ବଢୁଥିବା ସ୍ଥାନରେ ଶୀତ କମିବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀ ସହରରେ ୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories