www.samajalive.in
Friday, December 5, 2025
27.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ଦୁଇଟି ଜିଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ ଥିବାରୁ ଝିପିଝିପି ବର୍ଷା ଲାଗି ରହିଛି। ଗତ ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କଳାହାଣ୍ଡି, କୋରାପୁଟ, ନୟାଗଡ଼, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟାରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ୩୦ରୁ ୪୦କି.ମି.ବେଗରେ ପବନ ଓ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories