www.samajalive.in
Friday, December 5, 2025
23.1 C
Bhubaneswar

୪୮ ଘଣ୍ଟାରେ ଲଘୁଚାପ: ଆଜି ଦକ୍ଷିଣରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ‘ୱିଫାର’ ପ୍ରଭାବରେ ଉତ୍ତର ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୪ତାରିଖରୁ ବର୍ଷା ପରିମାଣ ବଢ଼ିବା ସହ ଦୁଇଦିନ ଧରି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଏବଂ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମୌସୁମି ନିମ୍ନଚାପରେଖା ଉତ୍ତର-ପୂର୍ବ ବଙ୍ଗୋପସାଗର ଦେଇ ଗତି କରୁଛି। ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ଚାନ୍ଦବାଲି, ଭୁବନେଶ୍ବର, କୋରାପୁଟ, ଝାରସୁଗୁଡା, ମାଲକାନଗିରି, ଦାରିଙ୍ଗବାଡି, ରାୟଗଡା, ଖୋର୍ଦ୍ଧା ଏବଂ ରାଉରକେଲାରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦ରୁ ୪୦କି.ମି.ବେଗରେ ବହିବା ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ଘଣ୍ଟାପ୍ରତି ଝଟକା ପବନ ୩୦ରୁ ୪୦କି.ମି. ବେଗରେ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି। ଏଥିନିମନ୍ତେ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ସୃଷ୍ଟି ହେବା ପରେ ଆସନ୍ତା ୨୪ତାରିଖରେ ମୟୂରଭଞ୍ଜ ଏବଂ ବାଲେଶ୍ବରରେ ଅତି ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ୟାନ୍ୟ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ହଳଦିଆ ସତର୍କ ସୂଚନା ଦିଆଯାଇଛି। ୨୫ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ଜିଲାରେ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ ଉପକୂଳ, ପଶ୍ଚିମ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡିକୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories