www.samajalive.in
Friday, December 5, 2025
26.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ: ୯ ଜିଲ୍ଲାକୁ ବର୍ଷା, ବଜ୍ରପାତ ସତର୍କତା

ଭୁବନେଶ୍ବର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ରୁ ୨୯ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ, ଆଉ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୨୪ଘଣ୍ଟା ମଧ୍ୟରେ କଳାହାଣ୍ଡି, ମୟୂରଭଞ୍ଜ, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିବା ବେଳେ ସୋମବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାୟଗଡ଼ା ଓ ଗଜପତି ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ଘଣ୍ଟା ପ୍ରତି ଝଟକା ପବନ ୩୦ରୁ ୪୦କି.ମି. ବେଗରେ ବହିପାରେ। ଏଥିସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ଦୁଇଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ କମଳା ସତର୍କ ସୂଚନା ଜାରି କରାଯାଇଛି। ସେହିପରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଏବଂ ମାଲକାନଗିରି ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଘଣ୍ଟାପ୍ରତି ଝଟକା ପବନ ୩୦ରୁ ୪୦କି.ମି. ବେଗରେ ବହିପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାର କିଛି ସ୍ଥାନରେ ୩୦ରୁ ୪୦କି.ମି. ବେଗରେ ପବନ ବହିବା ସହ ବଜ୍ରପାତର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ୨୬ରୁ ୨୯ ତାରିଖ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବା ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ର ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories