www.samajalive.in
Saturday, December 6, 2025
15.1 C
Bhubaneswar

୪ ଦିନ କାଁ ଭାଁ ବର୍ଷା

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ କାଁ ଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର କଟକରେ ୪୯.୨ ମି.ମି. ବର୍ଷା ହୋଇଥିବାବେଳେ ଭୁବନେଶ୍ବର ୩୨.୬, କେନ୍ଦୁଝର ୧୨ ଏବଂ ଜଗତସିଂହପୁରରେ ୧୯.୩ ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories