www.samajalive.in
Monday, December 15, 2025
24.1 C
Bhubaneswar

କାଲିଠାରୁ ବଡ ବର୍ଷା !

ଭୁବନେଶ୍ଵର : ଗୁରୁବାର ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୬ ତାରିଖ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୭ ତାରିଖ ସୁଦ୍ଧା ଏହା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଅତିକ୍ରମ କରିବ। ଗୁରୁବାର ପାଇଁ କୋରାପୁଟ, ନବରଙ୍ଗପୁର ଏବଂ ନୂଆପଡା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ରାୟଗଡା, ଗଞ୍ଜାମ , ଗଜପତି ଏବଂ ବାଲେଶ୍ଵର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories