www.samajalive.in
Thursday, November 13, 2025
18.1 C
Bhubaneswar

୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ଓଡିଶା ପାଇଁ ଜାରି ହୋଇନି ଓ୍ବାର୍ଣ୍ଣିଂ

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର​‌ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ସେପଟେ ଲଘୁଚାପ ଓ ଅବପାତ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ବର୍ତ୍ତମାନ୍ ସୁଦ୍ଧା କେବଳ ୨୧ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଏବଂ ୨୩ ସୁଦ୍ଧା ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ଏହା କ୍ରମଶଃ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଓଡିଶା ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇନି। ୨୧ ତାରିଖ ପୂର୍ବରୁ ମତ୍ସ୍ୟଜୀବୀମାନେ କୂଳକୁ ଫେରିଆସିବା ଲାଗି କୁହାଯାଇଛି । ଲଘୁଚାପ ସୃଷ୍ଟି ହେବା ପରେ ତୀବ୍ରତା ନେଇ ଆକଳନ କରିହେବ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories