www.samajalive.in
Friday, December 5, 2025
17.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି। ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ସୂଚନା ରହିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories