www.samajalive.in
Saturday, December 13, 2025
14.1 C
Bhubaneswar

୩ ଦିନ କୁହୁଡ଼ି; ୧୦ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ କୁହୁଡି ଦୃଶ୍ୟମାନ ହେବ। ୭ ଜିଲାରେ ଘନ କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି। ୧୪ ତାରିଖ ସକାଳେ ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡା, ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳ ଜିଲାରେ ଘନ କୁହୁଡି ଅନୁଭୂତ ହେବାର ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଉପରୋକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, ପୁରୀ, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡିର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ସୁନ୍ଦରଗଡରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ପାରଦ ୧୩ ଡିଗ୍ରୀ ଉପରେ ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଜିଲାଗୁଡିକରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ହ୍ରାସ ପାଇବ। ଉପକୂଳ ଓଡ଼ିଶାରେ ମଧ୍ୟ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ ଡିଗ୍ରୀ ତଳକୁ ଖସି ଆସିବ। ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି, ରାଜ୍ୟରେ ଦିନର ତାପମାତ୍ରା ପ୍ରାୟ ୩୨ରୁ ୩୪ ଡିଗ୍ରୀ ମଧ୍ୟରେ ରହିବ। ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଥିଲେ ମଧ୍ୟ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ନାହିଁ। ଏହିଭଳି ଭାବେ ଫେବୃଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ତାପମାତ୍ରା ରହିବ; କିନ୍ତୁ ଫେବୃଆରୀ ୭/୮ ତାରିଖରୁ ଆସ୍ତେ ଆସ୍ତେ ତାପମାତ୍ରା ବୃଦ୍ଧି ପାଇବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଘନ କୁହୁଡି ଦୃଶ୍ୟମାନକୁ ଲକ୍ଷ୍ୟ କରି ଏସ୍‌ଆରସି ଜିଲାପାଳମାନଙ୍କ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି।

Hot this week

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

Related Articles

Popular Categories