www.samajalive.in
Monday, December 15, 2025
26.1 C
Bhubaneswar

ପୁଣି ତାତିକୁ ଭୟ

ଭୁବନେଶ୍ବର: ରାଜ୍ୟକୁ ଫେରିବ ଗ୍ରୀଷ୍ମ ପ୍ରବାହ । ୩ ଦିନ ପରେ ପଶ୍ଚିମ ଓ ଆଭ୍ୟନ୍ତରଣ ଓଡ଼ିଶାର ଜିଲା ଗୁଡିକରେ ଦିନ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାରେ ଗ୍ରୀଷ୍ମ ଲହରୀର ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ଏଭଳି ପୂର୍ବାନୁମାନ କରିଛି।

ଅନ୍ୟପକ୍ଷରେ ବୁଧବାର ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହୋଇଛି। କୋରାପୁଟ, ଟିଟିଲାଗଡ, ଦାରିଙ୍ଗବାଡି, ନବରଙ୍ଗପୁର ଏବଂ ଭବାନୀପାଟଣାରେ କାଳବୈଶାଖୀ ତାଣ୍ଡବ ରଚିଛି। ପବନରେ ଗଛଡାଳ ଭାଙ୍ଗିବା ସହ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କୋରାପୁଟରେ ସର୍ବାଧିକ ୧୮ ମିମି, ଟିଟିଲାଗଡରେ ୧୪.୨ ମିମି ବର୍ଷା ହୋଇଛି।

- Advertisement -

ଅନ୍ୟପଟେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୯ ସହରରେ ପାରଦ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ବୌଦ୍ଧରେ ସର୍ବାଧିକ ଦିନ ତାପମାତ୍ରା ୪୨.୫ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ସମଗ୍ର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ତଥା ସମଗ୍ର ଆଣ୍ଡାମାନ ସାଗର ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡବର୍ଷା ହୋଇପାରେ। ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଏବଂ କେନ୍ଦୁଝର‌‌ରେ ବଜ୍ରପାତକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲା ଗୁଡିକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ଜିଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି।

ବୁଧବାର ଝାରସୁଗୁଡା ୪୧.୨, ସୁନ୍ଦରଗଡ, ମାଲକାନଗିରି ଏବଂ ନୂଆପଡରେ ୪୦ ଡିଗ୍ରୀ ଲେଖାଏଁ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଦେବଗଡ ୪୧.୨, ସୁବର୍ଣ୍ଣପୁର ୪୧.୫, ଟିଟିଲାଗଡ ଓ ବଲାଙ୍ଗୀର ୪୦.୫, ଭୁବନେଶ୍ବର ୩୬ ଏବଂ କଟକରେ ୩୬.୨ ଡିଗ୍ରୀ ପାରଦ ରହିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories