www.samajalive.in
Monday, December 15, 2025
26.1 C
Bhubaneswar

ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା: ଶୀତ ସାଙ୍ଗକୁ କୁହୁଡି କରୁଛି କଲବଲ

ଭୁବନେଶ୍ବର : ପୁଣି ଫେରିଛି ଶୀତ। ସାରା ରାଜ୍ୟରେ ପ୍ରବଳ ଜାଡ ଅନୁଭୂତ ହେଉଛି। ବିଶେଷ କରି ପଶ୍ଚିମ ଓଡିଶାରେ ଶୀତର ପ୍ରଭାବ ଟିକେ ଅଧିକ ଦେଖିବାକୁ ମିଳୁଛି। ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳେ ରହିଛି।  ସୁନ୍ଦରଗଡରେ ତାପମାତ୍ରା ହ୍ରାସ ପାଇଛି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଲୋକ ବିଭିନ୍ନ ସ୍ଥାନରେ ନିଆଁ ଜାଳୁଛନ୍ତି।  ଆଉ କେହି କେହି ସକାଳୁ ସକାଳୁ ବ୍ୟାୟାମ କରୁଛନ୍ତି ତ କିଏ ଚା ଦୋକାନରେ ଭିଡ ଜମାଉଛନ୍ତି। ସକାଳ ୧୦ଟା ନହେଲେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡୁଛି।  ଭୁବନେଶ୍ବର ସମେତ କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ସେପଟେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।  ଉତ୍ତର ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଥଣ୍ଡାର ପରିମାଣ ବୃଦ୍ଧି ପାଇବ । ଅନ୍ୟପଟେ ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର ଓ ସୁବର୍ଣ୍ଣପୁରରେ ଘନକୁହୁଡ଼ି ଦୃଶ୍ୟମାନ ହେବ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories