www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ପୁଣି ଛେଚିବ ବର୍ଷା: ଜାରି ରହିଛି ଶୀତର ପ୍ରଭାବ

ଭୁବନେଶ୍ବର: ସାରା ରାଜ୍ୟରେ ଶୀତର ପ୍ରଭାବ ଜାରି ରହିଛି। ପ୍ରବଳ ଜାଡ ସାଙ୍ଗକୁ ଘନ କୁହୁଡି ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଉଛି। ତେବେ ବୁଧବାରଠାରୁ ରାଜ୍ୟରେ ପାଗ ବଦଳିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।  ବର୍ତ୍ତମାନ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ରହିଛି।  ଫଳରେ ରାଜ୍ୟକୁ ଉଷ୍ମ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଯାହା ଘନ କୁହୁଡି କରିବାରେ ସହାୟକ ହେଉଛି।  ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଏବଂ ମୟୁରଭଞ୍ଜରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ବାକି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ସଂଲଗ୍ନ ଜିଲ୍ଲାଗୁଡିକରେ କୋହଲା ପାଗ ରହିବା ନେଇ ସୂଚନା ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories