www.samajalive.in
Saturday, December 6, 2025
26.1 C
Bhubaneswar

ଉପକୂଳ ଓଡିଶାରେ ଘନ କୁହୁଡି: ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ବର: ଉପକୂଳରେ ଘନ କୁହୁଡି ଦେଖିବାକୁ ମିଳିଛି। କୁହୁଡିର ମାତ୍ରା ଏତେ ଅଧିକ ଯେ ରାସ୍ତା ଦିଶୁନାହିଁ। ଦୃଶ୍ୟମାନ କ୍ଷମତା କମିଯିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ଓଡିଶା ଉପକୂଳ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡି ଦେଖିବାକୁ ମିଳିଛି। ଆଗାମୀ ଦୁଇ ଦିନ ଯାଏଁ ଉପକୂଳ ଓଡିଶା ସମେତ ପାଶ୍ବବର୍ତ୍ତୀ ଜିଲ୍ଲା ଗୁଡିକରେ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଘନ କୁହୁଡି ସମୟରେ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦ ମିଟର ମଧ୍ୟରେ ସୀମିତ ରହିବାର ସମ୍ଭାବନା ରହିଛି। ଏହି ସମୟରେ ଯାତାୟାତ ତଥା ଜାତୀୟ ରାଜପଥ ଗୁଡିକରେ ପରିବହନରେ ମଧ୍ୟ ବାଧା ସୃଷ୍ଟି ହୋଇପାରେ। ସେପଟେ ରାଜ୍ୟରେ ରାତି ତାପମାତ୍ରା ଆହୁରି ବଢିବ । ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବରେ ଜଳୀୟ ବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଥିବାରୁ ଆଗାମୀ ଦୁଇ ଦିନ ରାତି ତାପମାତ୍ରାରେ ଆହୁରି ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories