www.samajalive.in
Sunday, December 7, 2025
15.1 C
Bhubaneswar

ମାଘରେ ମୁଣ୍ଡଫଟା ଖରା: ଗୁରୁବାର ଯାଏଁ ଶୁଖିଲା ରହିବ ପାଗ, ୨୨ରୁ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ମାଘ ନ ସରୁଣୁ ରାଜ୍ୟରୁ ଗାଏବ ହୋଇଗଲାଣି ଶୀତ । ଉଭୟ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇଛି। ଆସନ୍ତାକାଲି(ଗୁରୁବାର) ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବାବେଳେ ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ମଧ୍ୟରେ ରହିବ । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ଜାରି ଥିବାରୁ ଉଭୟ ଦିନ ଓ ରାତିର ତାପମାତ୍ରା ବଢୁଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଆସନ୍ତା ୨୨ରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ୨୪ ତାରିଖରେ ବର୍ଷାର ପରିମାଣ ବଢିବାକୁ ଥିବାବେଳେ ୨୬ ତାରିଖ ଯାଏଁ ପ୍ରଭାବ ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି। ମଙ୍ଗଳବାର ଭୁବନେଶ୍ବରରେ ସର୍ବାଧିକ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିପରି ବୌଦ୍ଧରେ ୩୬, ଭବନୀପାଟଣା ଓ ଝାରସୁୁଗୁଡାରେ ୩୫.୬ , ପାରଳାଖେମୁଣ୍ଡି ଓ ଟିଟଲାଗଡରେ ୩୫.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories