www.samajalive.in
Friday, December 5, 2025
26.1 C
Bhubaneswar

ମଙ୍ଗଳବାରଠୁ ଦୁଇ ଦିନ କାଳବୈଶାଖୀ ସମ୍ଭାବନା :୧୨ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ମଙ୍ଗଳବାରଠୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ ବଙ୍ଗୋପସାଗର ଉପକୂଳସ୍ଥ ଗୁରୁଚାପ ବଳୟ ଏବଂ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନ ଚାପ ରେଖା ସୃଷ୍ଟି ହେବ। ଏହାର ପ୍ରଭାବରେ ୧୯ ତାରିଖ ବେଳକୁ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ହେବ। ଏହି ସମୟରେ ଝଡ଼- ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ସହ କୁଆପଥର ବର୍ଷା ଏବଂ କିଛି ଜିଲାରେ ଭାରି ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସମୟରେ ନିଜକୁ ନିରାପଦ ସ୍ଥାନରେ ସୁରକ୍ଷିତ କରିବା ଅତ୍ୟନ୍ତ ଜରୁରୀ। ଏହି ସମୟରେ ଗଛ ତଳ, ବିଦ୍ୟୁତ ଖୁଣ୍ଟ ବା ତାର ତଳେ କିମ୍ବା ଖୋଳା ଆକାଶ ତଳେ ନ ରହି ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଜି ଉଦୟଗିରିରେ ୫୯ ମି,ମି., ଗାଇସିଲଟରେ ୫୫ ମି.ମି., ବୁଗୁଡ଼ାରେ ୫୩ ମି.ମି., ପୋଲସରାରେ ୩୫.୬ ମି.ମି., ବହଳଦାରେ ୩୦.୪ ମି.ମି., ବାଲିଶଙ୍କରାରେ ୨୫ ମି.ମି., ରାସଗୋବିନ୍ଦପୁରରେ ୨୪ ମି.ମି., ଭୋଗରାଇରେ ୨୨ମି.ମି., ଆସିକାରେ ୨୦.୨ ମି.ମି ଏବଂ ଯୋଡାରେ ୨୦.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି। ସେହିପରି ୧୮ରୁ ୧୯ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୋଳ, ଢେଙ୍କାନାଳ ଏବଂ ଦେବଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories