www.samajalive.in
Saturday, December 6, 2025
16.1 C
Bhubaneswar

୩୦ରୁ ପୁଣି କାଳବୈଶାଖୀ

ଭୁବନେଶ୍ବର : ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିଥିବାବେଳେ ଖରାର ପ୍ରକୋପ ବଢ଼ିବାରେ ଲାଗିଛି। ଆସନ୍ତା ତିନି ଦିନରେ ସର୍ବୋଚ୍ଚ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ରାତି ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଏହାସହିତ ଚଳିତ ମାସ ୩୦ରୁ ଏପ୍ରିଲ ପହିଲା ଯାଏଁ କାଳବୈଶାଖୀ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ସହିତ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବୁଧବାର ବୌଦ୍ଧରେ ସର୍ବାଧିକ ଦିନ ତାପମାତ୍ରା ୩୮.୫ ଡିଗ୍ରୀ ରେକର୍ଡ଼ ହୋଇଥିବାବେଳେ ନୟାଗଡ଼ରେ ୩୮.୨ ଡିଗ୍ରୀ, ମାଲକାନଗିରି, ଭବାନୀପାଟଣା ଓ ବଲାଙ୍ଗୀରରେ ୩୮ ଡିଗ୍ରୀ ଲେଖାଏଁ ତାପମାତ୍ରା ରେକର୍ଡ଼ ହୋଇଥିଲା। ଭୁବନେଶ୍ବରରେ ୩୬.୧ ଡିଗ୍ରୀ ଏବଂ କଟକରେ ୩୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିଲା। ସେହିପରି ବୁଧବାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ୨୮ ରୁ ୨୯ ତାରିଖ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories