www.samajalive.in
Monday, December 15, 2025
24.1 C
Bhubaneswar

କାଳବୈଶାଖୀ ବର୍ଷା ଆଣିବ ସାମାନ୍ୟ ଆଶ୍ବସ୍ତି

ଭୁବନେଶ୍ବର: ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି। ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏପରିକି ରବିବାର ୫ ଜିଲ୍ଲାରେ ଝଡବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ , ଯାଜପୁର ଏବଂ କଟକ ଜିଲ୍ଲା। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ। ୪୦ରୁ ୫୦କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଶନିବାର ରାଜ୍ୟର ୪ ସହରରେ ତାପମାତ୍ରା ୪୩ଡିଗ୍ରୀ ଟପିଥିବାବେଳେ ୮ ସହରରେ ୪୨ ଛୁଇଁଥିଲା ପାରଦ। ୪୩.୫ ଡିଗ୍ରୀ ସହ ଅନୁଗୁଳ ଦେଶର ୫ମ ଉତ୍ତପ୍ତ ସହର ପାଲଟିଥିଲା।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories