www.samajalive.in
Saturday, December 6, 2025
26.1 C
Bhubaneswar

୧୩ ପରେ ବଢିବ ତାତି

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା। ଝଡ଼ବର୍ଷା ଯୋଗୁଁ ତାତିରୁ ଆଶ୍ବସ୍ତି ମିଳିଥିଲା। ଆସନ୍ତା ୨ଦିନ ପରେ ପୁଣି ବଢିବ ଦିନ ତାପମାତ୍ରା। ପ୍ରାୟତଃ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିପାରେ କିନ୍ତୁ ଅପରାହ୍ଣରେ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ୧୩ ତାରିଖ ପରଠାରୁ ରାଜ୍ୟ ମଧ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ଯୋଗୁଁ ଦିନ ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ଏବଂ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବର୍ଷା ଯୋଗୁଁ ତିନି ଦିନ ହେଲା ରାଜ୍ୟରେ ପାଗ ମେଘୁଆ ରହିବା ସହ ଖରା ପ୍ରକୋପ କମିଛି। ଦିନ ତାପମାତ୍ରା ୩୦ ଡିଗ୍ରୀକୁ ଖସି ଆସିଛି। ମଙ୍ଗଳବାର ରାଜ୍ୟର ସବୁଠୁ ଅଧିକ ଦିନ ତାପମାତ୍ରା ପାରଳାଖେମୁଣ୍ଡିରେ ୩୯.୨ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବର ୩୬.୫ ଏବଂ କଟକରେ ୩୫.୨ ଡିଗ୍ରୀ ରହିଛି। ଆଜି ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼, ସୁବର୍ଣ୍ଣପୁର, ହୀରାକୁଦ, ପାରାଦ୍ବୀପ ଅଞ୍ଚଳରେ ହାଲୁକା ବର୍ଷା ହୋଇଥିବା ବେଳେ ୧୩ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories