www.samajalive.in
Monday, December 8, 2025
24.1 C
Bhubaneswar

ତାତିରୁ ଆଶ୍ଵସ୍ତି ଦେବ କି କାଳବୈଶାଖୀ ବର୍ଷା !

ଭୁବନେଶ୍ଵର: ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରୀ। ଶନିବାର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ ଏବଂ ବାରିପଦା। ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଆଜି ପାଇଁ କେନ୍ଦୁଝର, ମୟୁରଭଞ୍ଜ ଏବଂ ଅନୁଗୁଳ ଜିଲ୍ଲାକୁ ହିଟ୍ ଓ୍ବେଭ୍ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ଵର , ଯାଜପୁର , ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଟକ , କେନ୍ଦ୍ରାପଡା ଏବଂ ଜଗତସିଂହପୁର ର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ଲହରୀ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଆଜି ସାମାନ୍ୟ ଆଶ୍ଵସ୍ତି ଦେଇପାରେ କାଳବୈଶାଖୀ। ଆଜିଠୁ ଦକ୍ଷିଣ ଓଡିଶା ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ବିଜୁଳି, ଘଡଘଡି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories