www.samajalive.in
Sunday, December 7, 2025
23.1 C
Bhubaneswar

ସାମାନ୍ୟ ଆଶ୍ଵସ୍ତି ଦେଲା କାଳବୈଶାଖୀ ବର୍ଷା

ଭୁବନେଶ୍ବର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଶୁକ୍ରବାରଠାରୁ ପାରଦ ସାମାନ୍ୟ ଖସିଥିଲେ ମଧ୍ୟ ସବୁଠି ତାତି ୪୦ଡିଗ୍ରୀ ଡେଇଁଛି। ରବିବାର ରାଜ୍ୟର ସର୍ବାଧିକ ତାପମାତ୍ରା ବାରିପଦାରେ ୪୪.୬ଡିଗ୍ରୀ ଛୁଇଁଛି। ଏହା ରାଜ୍ୟର ସବୁଠୁ ଉତ୍ତପ୍ତ ସ୍ଥାନ ହୋଇଛି। ୩୦ ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ରାଜ୍ୟବାସୀ ତ୍ରାହିତ୍ରାହି ଡାକୁଥିବା ବେଳେ ଆଗାମୀ ଦୁଇଦିନ ରାଜ୍ୟର କେତେକ ଜିଲାରେ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ରବିବାର ପୂର୍ବାହ୍ଣରେ ନୂଆପଡାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିଥିଲା। କିନ୍ତୁ ଅପରାହ୍ଣରେ କାଳବୈଶାଖୀ ପ୍ରଭାବରେ ପବନ ବହିବା ଦ୍ବାରା ଗଛଡାଳ ଭାଙ୍ଗି ରାସ୍ତା ଉପରେ ପଡିଛି। ବର୍ଷା ହୋଇଥିବାରୁ ଜିଲାବାସୀଙ୍କୁ ତାତିରୁ ଆଶ୍ବସ୍ତି ମିଳିଛି। ଖଡିଆଳରେ କୁଆପଥର ବୃଷ୍ଟିପାତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନ ଥିବାବେଳେ ପରବର୍ତ୍ତୀ ସମୟରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ସୋମବାର ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନୟାଗଡ ଜିଲାକୁ ଗ୍ରୀଷ୍ମପ୍ରବାହ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉଷ୍ଣ-ଆର୍ଦ୍ର ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶା ତଥା ପାର୍ଶ୍ବବର୍ତ୍ତୀ ଜିଲା ଗୁଡିକରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ, ଝାରସୁଗୁଡା , ବରଗଡ ଏବଂ ସମ୍ବଲପୁର ଜିଲାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories