www.samajalive.in
Saturday, December 6, 2025
16.1 C
Bhubaneswar

୪ଦିନ କାଳବୈଶାଖୀ ସତର୍କତା

ଭୁବନେଶ୍ବର : କାଳବୈଶାଖୀ ଆଣିଛି ତାତିରୁ ଆଶ୍ଵସ୍ତି । ଆସନ୍ତା ୪ଦିନ ଯାଏଁ ଏଭଳି ପାଗ ଲାଗିରହିବ। ଆସନ୍ତା ଦୁଇରୁ ତିନି ଦିନ ଯାଏଁ ରାଜ୍ୟରେ ଝଡ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଝଡବର୍ଷା ନେଇ ୭ ଜିଲ୍ଲା ଅନୁଗୁଳ, କେଉଁଝର, ରାୟଗଡା, କନ୍ଧମାଳ, ମୟୁରଭଞ୍ଜ, ଗଞ୍ଜାମ , ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଜାରି କରିଛି ୟେଲୋ ଓ୍ବାର୍ଣ୍ଣିଂ। ୯ ତାରିଖରେ ମଧ୍ୟ କାଳବୈଶାଖୀର ପ୍ରଭାବ ରହିବ। ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶା ଏବଂ ଅନ୍ୟତ୍ର ସ୍ଥାନରେ ୮ରୁ ୯ଡିଗ୍ରୀ ଯାଏଁ ତାପମାତ୍ରା କମିଛି। ମଙ୍ଗଳବାର ରାଜ୍ୟର ୨୦ ସହରର ପାରଦ ୩୫ ଡିଗ୍ରୀ ତଳେ ରହିଥିଲା।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories