www.samajalive.in
Saturday, December 6, 2025
23.1 C
Bhubaneswar

୪ ଦିନ କାଳବୈଶାଖୀ

ଭୁବନେଶ୍ବର : ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଛି। ପାରାଦ୍ବୀପରେ ଧୂଳିଝଡ ହୋଇଥିବା ବେଳେ କେନ୍ଦ୍ରାପଡାରେ ସବୁଠୁ ଅଧିକ ୪୨ମି.ମି ବର୍ଷା ରେକର୍ଡ ହୋଇଛି। ଚାନ୍ଦବାଲି, ପାରାଦ୍ବୀପ, କେନ୍ଦୁଝର ଏବଂ ଭୁବନେଶ୍ବରରେ ବର୍ଷା ପବନ ହୋଇଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କାଳବୈଶାଖୀ ଯୋଗୁଁ ରାଜ୍ୟରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି। ମଙ୍ଗଳବାର ରାଜ୍ୟର ସମସ୍ତ ସହରରେ ପାରଦ ୪୦ଡିଗ୍ରୀ ତଳକୁ ଖସିଥିବାବେଳେ ବୁଧବାର ପୁଣି ଦିନ ତାପମାତ୍ରା ୪୦ଡିଗ୍ରୀ ଛୁଇଁଛି। ବଲାଙ୍ଗିର ଏବଂ ନୂଆପଡାରେ ପାରଦ ୪୦ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ଉତ୍ତର, ଦକ୍ଷିଣ ଏବଂ ଉତ୍ତର ଆଭ୍ୟନ୍ତରୀଣରେ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନର ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦କି.ମି ଛୁଇଁପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଅନୁଗୋଳ ଏବଂ ବାଲେଶ୍ବରରେ କାଳବୈଶାଖୀ ଅନୁଭୂତ ହୋଇପାରେ। ସେହିପରି ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, କନ୍ଧମାଳ, ରାୟଗଡା ଏବଂ କୋରାପୁଟ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ପବନ ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories